ରାଜ୍ୟରେ ବଦଳିବ ପ୍ରାଥମିକ ଶ୍ରେଣୀଗୃହର ପରିବେଶ । ୧୬ ଜିଲ୍ଲାର ୬ ହଜାର ପ୍ରାଥମିକ ସ୍କୁଲ ହେବ ଅତ୍ୟାଧୁନିକ । ଛାତ୍ରଛାତ୍ରୀଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବ୍ୟାପକ ବ୍ୟବସ୍ଥା କରିଛି । ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଏବଂ ମରାମତି ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି । ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକୀୟ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି । ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେକ୍ସ, ଆଲମାରୀ/ଥାକ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ, ବସିବା ପାଇଁ ଦରି, ଶ୍ରେଣୀଗୃହର ଆବଶ୍ୟକ ମରାମତି, ବିଦ୍ୟୁତିକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ । ଏହା ପ୍ରାଥମିକ ଛାତ୍ରଛାତ୍ରୀଙ୍କର ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା