The Topmost

“The eyes believe themselves, the ears believe other people.”

ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବ

ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବ । ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାସହ ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଉଛି, ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଓ ଆଗଲପୁର, ବୌଦ୍ଧର ଘଣ୍ଟାପଡା, ଭୁବନେଶ୍ବର କମିଶନରେଟର ମୈତ୍ରୀ ବିହାର, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଓ ଭଦ୍ରେଶ୍ବର, ଦେବଗଡର ଲାଇମୁରା, ଢେଙ୍କାନାଳର ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡା ଓ କୋଟିନଡା, ଜଗତସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମବରଦା ଓ ଦଶରଥପୁର । ଝାରସୁଗୁଡାର ଏୟାରପୋର୍ଟ ପୋଲିସ ଷ୍ଟେସନ, କଳାହାଣ୍ଡିର କରଲାପାଟ, କଲାମପୁର, କେନ୍ଦ୍ରାପଡାର ପଟାମୁଣ୍ଡାଇ ଗ୍ରାମାଞ୍ଚଳ, କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି, ମାଲକାନଗିରିର ମାଲକାନଗିରି ସଦର କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନଗରଙ୍ଗପୁରର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନାଗୁଡା, ସମ୍ବଲପୁରର ବରେଇପାଲି ଏବଂ ସୁବର୍ଣ୍ଣପୁରର ଲଚ୍ଛିପୁରରେ ଥାନା ଖୋଲାଯିବ ।