ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଏଥିସହ ଉପକୂଳ ଓ ତତ୍ ସଂଲଗ୍ନ ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ଛୁଇଁଥିବା ଜଣାପଡିଛି । ସକାଳୁ ସକାଳୁ ଏକ ଘଣ୍ଟାରୁ ଅଧିକ ସମୟ ବର୍ଷା ହୋଇଛି । ଏହାର ପ୍ରଭାବରେ ଟୁଇନ ସିଟି ବେହାଲ ହୋଇଛି । ଆଜି ୧୭ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା