ଗୁଳୁଗୁଳିରୁ ମିଳିବ ତ୍ରାହି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ବିସ୍ତୃତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏଥିପାଇଁ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବିଶେଷକରି ଦକ୍ଷିଣ ଓଡିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୧୬ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ ୯ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି । ୧୨ ଜିଲ୍ଲାକୁ ବଜ୍ରପାତ ପାଇଁ ଆଲର୍ଟ ଜାରି ହୋଇଛି । କାଲିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବାର ସମ୍ଭାବନା ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍