ଲଖିମପୁର ଖେରି ମାମଲା । ଆଶିଷ ମିଶ୍ରଙ୍କ ଜାମିନ ପ୍ରସଙ୍ଗରେ ୟୁପି ସରକାରକୁ ସୁପ୍ରିମକୋର୍ଟଙ୍କ ନୋଟିସ । ତାଙ୍କ ଜାମିନ ଆବେଦନ ପୂର୍ବରୁ ଆହ୍ଲାବାଦ ହାଇକୋର୍ଟରେ ଖାରଜ ହୋଇଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରି ମିଶ୍ର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଜଷ୍ଟିସ ଇନ୍ଦିରା ବାନାର୍ଜୀ ଏବଂ ଏମଏମ ସୁନ୍ଦରେଶଙ୍କ ଖଣ୍ଡପୀଠ ଆଜି ଏନେଇ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ କରିଛନ୍ତି । ଏବଂ ସେପ୍ଟେମ୍ବର ୨୬ ସୁଦ୍ଧା ଜବାବ ମାଗିଛନ୍ତି । ତେବେ ୨୦୨୧ ଅକ୍ଟୋବର ୩ରେ ଲଖିମପୁର ଖେରି ହିଂସାରେ ୪ କୃଷକଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା । କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ କରୁଥିବା ସମୟରେ ମିଶ୍ର ସେମାନଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିବା ଅଭିଯୋଗ ହୋଇଥିଲା । ଏନେଇ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍