ରାଜ୍ୟରେ ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ। ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ୟାଳୟ/ସରକାରୀ କାର୍ଯ୍ୟାଳୟ/ବେସରକାରୀ କାର୍ଯ୍ୟାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ଓଡ଼ିଆ ଭାଷାର ବିସ୍ତାର ପାଇଁ ଆୟୋଜନ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସମ୍ପର୍କରେ ‘୫-ଟି’ ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ସମୀକ୍ଷା କରିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ‘୫-ଟି’ ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଲୋକସେବା ଭବନରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସୂଚନା ଅନୁଯାୟୀ ଏଣିକି ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ପାଇଁ ଉଭୟ ଡିଜିଟାଲ ଓ ଛାପା ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ । ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ୱର୍ଦ୍ଧନା ପ୍ରଦାନ କରାଯିବ ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା