ବନରକ୍ଷୀ ବିମଳ ଜେନାଙ୍କୁ ଗୁଳି କରି ହତ୍ୟା ମାମଲା । ଘଟଣାକୁ କେନ୍ଦ୍ର କରି ଶିମିଳିପାଳର ସମସ୍ତ ପ୍ରବେଶ ପଥ ସିଲ୍ କରାଯାଇଛି । ପୋଲିସ ଓ ବନ ବିଭାଗ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଏହା ବ୍ୟତୀତ ଅତିରକ୍ତ ଏସପିଙ୍କ ନେତୃତ୍ୱରେ ଏକ ଟିମ୍ ମଧ୍ୟ ଘଟଣାର ତଦନ୍ତ ଚଳାଇଛି । ଘଟଣାରେ ମୋଟ୍ ୧୦ ଜଣ ଶିକାରୀ ସଂପୃକ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଚିହ୍ନଟ କରାଯାଇଛି । ୨ ଜଣଙ୍କୁ ସନ୍ଦେହରେ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କ ନିକଟରୁ ଦୁଇଟି ଦେଶୀ ବନ୍ଧୁକ ଜବତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ମୟୂରଭଞ୍ଜ ଜିଲ୍ଲା ଦାୟିତ୍ୱରେ ଥିବା ବାଲେଶ୍ୱର ଏସପି । ଅନ୍ୟପକ୍ଷରେ ମୃତ ବନ କର୍ମଚାରୀଙ୍କୁ ସହିଦ୍ ମାନ୍ୟତା ଦେବାପାଇଁ ସରକାରଙ୍କୁ ଚିଠି ଲେଖାଯିବ ବୋଲି ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଥିବା କହିଛନ୍ତି ଶିମିଳିପାଳ ଅଭୟାରଣ୍ୟର ଉପନିର୍ଦ୍ଦେଶକ ସମ୍ରାଟ ଗୌଡ଼ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା