ଶୀତ ସାଙ୍ଗକୁ ଘନ କୁହୁଡ଼ିର ଆସନ୍ତରଣ । ରାଜଧାନୀ ଭୁବନେଶ୍ୱରରେ କଲବଲ କରୁଛି ଘନ କୁହୁଡ଼ି । କଟକରେ ବି କୁହୁଡ଼ି ଦେଖିବାକୁ ମିଳିଛି । ଆଜି ୨୨ଟି ଜିଲ୍ଲାରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣି ଜାରି କରିଥିଲା ପାଣିପାଗ ବିଭାଗ । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀରରେ ମଧ୍ୟମରୁ ଘନ କୁହୁଡ଼ି ନେଇ ସତର୍କତା ଜାରି ହୋଇଥିଲା । ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ