ଓଡ଼ିଶାର ସମସ୍ତ ଶୈବ ପୀଠରେ ନିଷେଧ ହେବ ଗଂଜେଇ । ଶୈବପୀଠରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲପାଳ ଓ ଏସପିଙ୍କୁ ଚିଠି ଲେଖିଛି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ। ବିଭିନ୍ନ ଶୈବ ପୀଠ ମାନଙ୍କରେ ଗଂଜେଇ ବ୍ୟବହାର ନିଷେଧ ପାଇଁ ଆବଶ୍ୟକ ପଦକ୍ଷେପ ପାଇଁ ଅନୁରୋଧ କରିଛି ବିଭାଗ। ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଏନେଇ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି। ଅନନ୍ତ ବଳିଆ ଟ୍ରଷ୍ଟର ପୂଜ୍ୟପୂଜକ ବଳିଆ ଶୈବପୀଠରେ ଗଞ୍ଜେଇ ନିଷେଧ କରିବାକୁ ଚିଠି ଲେଖି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ । ଏହାକୁ ନେଇ ମିଶ୍ରପ୍ରତିକ୍ରିୟା ପ୍ରକାଶ ପାଇଛି। କେହି କେହି ଏହାକୁ ସ୍ୱାଗତ କରୁଥିବା ବେଳେ ଆଉ କେହି ଏହା ଶହଶହ ବର୍ଷର ପରମ୍ପରା ଉପରେ କୁଠାର ଘାତ ବୋଲି କହିଛନ୍ତି।
More Stories
ମାସକରେ ଦୁଇଥର ବଢିଲା ସରକାରୀ କର୍ମଚାରୀ ମହଙ୍ଗା ଭତ୍ତା
ବାତ୍ୟା ଦାନା ପାଇଁ 14 ଜିଲ୍ଲାରେ ସ୍କୁଲ୍ ବନ୍ଦ
ମହିଳାଙ୍କୁ ଦେଖି ଉଲଗ୍ନ ହେଉଛି ଯୁବକ, ସିସିଟିଭିରେ କଏଦ୍ ଅସଭ୍ୟ କାଣ୍ଡ