ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆପ୍ ସାଂସଦ ସଂଜୟ ସିଂଙ୍କ ବିରୋଧରେ ୬୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଇଡି । ଦିଲ୍ଲୀର ରାୱଜ ଏଭିନ୍ୟୁ କୋର୍ଟରେ ୬୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜାମିନ ପାଇଁ ସେ ରାୱଜ ଏଭିନ୍ୟୁ କୋର୍ଟ, ଦିଲ୍ଲୀ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଆବେଦନ କରିସାରିଛନ୍ତି । ହେଲେ ଏପର୍ଯ୍ୟନ୍ତ ତାଙ୍କୁ ଜାମିନ ମିଳିପାରିନାହିଁ । ନଭେମ୍ବର ୨୪ ତାରିଖରେ ଏହି ମାମଲାରେ ଖୁବଶୀଘ୍ର ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ କରାଯିବ ବୋଲି ଇଡି ପକ୍ଷରୁ କୁହାଯାଉଥିଲା। ଦିଲ୍ଲୀ ଅବକାରୀ ନୀତି ମାମଲାରେ ସଂଜୟ ସିଂ ଅର୍ଥ ହେରଫେର କରିଥିବା ନେଇ ହୋଇଥିବା ଅଭିଯୋଗ ଆଧାରରେ ଇଡି ତାଙ୍କୁ ଗିରଫ କରିଥିଲା ।
More Stories
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର