ଆଜି ସରିଲା ମାଟ୍ରିକ ପରୀକ୍ଷା । ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଅନୁଯାୟୀ, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ। ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତାଗୁଡ଼ିକ ସୁରକ୍ଷାରେ ଯିବ। ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ ପାଇବ। ୧୦ ତାରିଖରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଇଥିଲେ। ଆଜି ଶେଷଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ