ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏନେଇ ଆସନ୍ତାକାଲିଠୁ ଉଜବେକିସ୍ତାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ୨ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ୨ ଦଶନ୍ଧି ଧରି ଏସ୍.ସି.ଓ.ର ବିଭିନ୍ନ କାର୍ଯ୍ୟଧାରା ତଥା ଭବିଷ୍ୟତରେ ବହୁବିଧ ସହଯୋଗର ସମ୍ଭାବନା ସମ୍ପର୍କରେ ସମୀକ୍ଷା କରାଯିବ । ଏହାଛଡ଼ା ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଆଞ୍ଚଳିକ ଓ ବିଶ୍ବସ୍ଥରୀୟ ପ୍ରସଙ୍ଗଗୁଡ଼ିକ ଉପରେ ମଧ୍ୟ ଆଲୋଚନା ହେବ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ବିପାକ୍ଷୀକ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।
“The eyes believe themselves, the ears believe other people.”
More Stories
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର