ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଏବେ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ ଲଘୁଚାପ ଅଧିକ ଘନୀଭୂତ ହୋଇପାରୁନାହିଁ। ତେଣୁ ଏହା ଅବପାତରେ ପରିଣତ ନହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୨୯ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା