ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । ଶ୍ରୀମନ୍ଦିର ଭିତରେ ବାହାରେ ଭିଡ଼ ବଢ଼ୁଛି । ଲୋକଙ୍କ ଗହଳି ଏତେ ମାତ୍ରାରେ ରହୁଛି ବଡ଼ ଦାଣ୍ଡରେ ଯିବା ଆସିବା କରିବା କାଠିକର ପାଠ ହୋଇଯାଉଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପକ୍ଷରୁ ଲୋକଙ୍କ ଗହଳିକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଦୁଇଦିନ ପୁରୀ ବଡ଼ ଦାଣ୍ଡରେ ବନ୍ଦ ରହିବ ସମସ୍ତ ଦୋକାନ । ମାର୍କେଟ ଛକ ଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି । ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ହୋଇଛି ବ୍ୟବସ୍ଥା | ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ