() ସ୍କିଲ୍ଡ ଇନ୍ ଓଡ଼ିଶା କନକ୍ଲେଭ ନେଇ ବୈଠକ । ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ରାଜ୍ୟର ସମସ୍ତ ପ୍ରମୁଖ ସଚିବ ଏବଂ ସଚିବମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ସମସ୍ତ ଅତିଥିଙ୍କୁ ସ୍ୱାଗତ କରିବା ସହ ବିଶ୍ୱ ଦକ୍ଷତା କେନ୍ଦ୍ରର ଉଦ୍ଦେଶ୍ୟ ଏବଂ ପରିକଳ୍ପନା ସମ୍ପର୍କରେ ଅତିଥିମାନଙ୍କୁ ଅବଗତ କରାଇଥିଲେ । ପରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ପିପିଟି ମାଧ୍ୟମରେ ଆସନ୍ତା ଏପ୍ରିଲ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ସ୍କିଲ୍ଡ ଇନ୍ ଓଡ଼ିଶା କନକ୍ଲେଭ ଉପରେ ଏକ ପ୍ରାକ୍ ଉପସ୍ଥାପନା ପ୍ରଦାନ କରିଥିଲେ ।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍