ଆଜି ଶ୍ରୀଜିଉଙ୍କ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ କରିବା ପରେ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀକ୍ଷେତ୍ରରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଏହି ଦିବ୍ୟ ସ୍ନାନଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ଲାଗିଛି ଭକ୍ତଙ୍କ ଗହଳି । ଲିଳା କରିବାକୁ ଶ୍ରୀଜିଉ ଶ୍ରୀମନ୍ଦିରରୁ ବାହାରି ଆସିଥିବା ବେଳେ ବଡ଼ଦାଣ୍ଡରେ ଲାଗିଛି ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ । ଏପଟେ ଭକ୍ତ ଓ ଭଗବାନଙ୍କ ମିଳନ ଶ୍ରୀକ୍ଷେତ୍ରରେ ସୃଷ୍ଟି କରିଛି ଆଧ୍ୟାତ୍ମିକ ପରିବେଶ । ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ହୋଇଥିବା ବେଳେ ୪ଟାରୁ ୬ଟା ମଧ୍ୟରେ ଡୋର ଲାଗି ପୁଷ୍ପାଞ୍ଜଳି ପରେ ପହଣ୍ଡି ଆରମ୍ଭ ହୋଇଥିଲା । ସ୍ନାନବେଦୀରେ ଦୈନନ୍ଦିନ ନୀତିକାନ୍ତି ଚାଲିଛି । ୧୨ଟା ୧୫ରୁ ୧୨ଟା ୪୫ ଛେରା ପହଁରା କରାଯିବ । ୧୨ଟା ୪୫ରୁ ୨ଟା ୩୦ରେ ହେବ ହାତୀବେଶ । ଦୁର୍ଲଭ ହାତୀବେଶରେ ସଜ୍ଜିତ ହୋଇ ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ସନ୍ଧ୍ୟା ୬ଟାରୁ ରାତି ସାଢେ ୯ଟା ସାହାଣ ମେଲା ଦର୍ଶନ, ରାତି ୧୦ଟାରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ହୋଇ ୧୦ଟାରୁ ଗୋଟାଏ ମଧ୍ୟରେ ବାହୁଡ଼ା ପହଣ୍ଡି ହେବ । ରାତି ସାଢେ ଗୋଟାଏ ସୁଦ୍ଧା ସ୍ନାନ ନିତୀ ଓ ରାହୁ ରେଖା ମଇଲମ କରାଯିବାକୁ ସ୍ଥିର ହୋଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି