ଏଣିକି ସ୍ବଚ୍ଛ ହେବ ରାଜ୍ୟ ରାଜଧାନୀ ଭୁବନେଶ୍ବର । ସ୍ମାର୍ଟସିଟିର ସ୍ବଚ୍ଛତା ପାଇଁ ହାତରେ ଝାଡୁ ଧରିଲେ ମେୟର ଓ କର୍ପୋରେଟର । ଏଣିକି ମାସର ଶେଷ ରବିବାର ବିଭିନ୍ନ ସ୍ଥାନରେ ସଫେଇ କରିବେ କର୍ପୋରେଟର । ଲୋକଙ୍କୁ ସଚେତନ କରିବା ସହିତ ସ୍ବଚ୍ଛ ସହରର ଆହ୍ବାନ ଦେଇ ଆଜିଠୁ ଏଭଳି ନୂଆ ଅଭିଯାନ ଆରମ୍ଭ କରିଛି ବିଏମସି । ସକାଳ ୬ଟାରୁ ରସୁଲଗଡ଼ ଓଭରବ୍ରିଜ ତଳୁ ଆରମ୍ଭ ହୋଇଛି ସଫେଇ ଅଭିଯାନ । ସଫେଇ ଅଭିଯାନରେ ସାମିଲ ହୋଇଛନ୍ତି କର୍ପୋରେଟର ଓ ମେୟର । ତେବେ ସ୍ଥାନୀୟ ଲୋକମାନେ ମଧ୍ୟ ଏହି ଅଭିଯାନରେ ସାମିଲ ହୋଇଛନ୍ତି । ଭୁବନେଶ୍ବରକୁ କ୍ଲିନ ଓ ଗ୍ରୀନ ସହରରେ ପରିଣତ କରିବାକୁ ଲୋକଙ୍କ ସହଯୋଗ କାମନା କରିଛି ବିଏମସି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା