ସରକାରୀ ବିଶ୍ବ ବିଦ୍ୟାଳୟରେ ଆର୍ଟିଫିସିଲ ଇଣ୍ଟେଲିଜେନ୍ସ ଓ ରୋବୋଟିକ୍ସ ଉତ୍କର୍ଷ କେନ୍ଦ୍ର ଖୋଲିବାକୁ ପ୍ରସ୍ତାବ । ଉଚ୍ଚ ଶିକ୍ଷା ବିଭାଗକୁ ପ୍ରସ୍ତାବ ଦେଇଛି IIT ଭୁବନେଶ୍ବର । ସ୍ନାତକ ଡିଗ୍ରୀଧାରୀ ଛାତ୍ରଛାତ୍ରୀଙ୍କୁ ଟ୍ରେନିଂ ମାଧ୍ୟମରେ ସ୍ୱାବଲମ୍ବୀ ଓ ରୋଜଗାରକ୍ଷମ କରିବା ଏହାର ମୂଳ ଲକ୍ଷ୍ୟ ବୋଲି ପ୍ରସ୍ତାବରେ ଉଲ୍ଲେଖ ରହିଛି । IIT ଭୁବନେଶ୍ବରର ପ୍ରସ୍ତାବ ପରେ ରମାଦେବୀ ବିଶ୍ଵବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଛି ଉଚ୍ଚ ଶିକ୍ଷା ବିଭାଗ । ରମାଦେବୀ କ୍ୟାମ୍ପସରେ ଉତ୍କର୍ଷ କେନ୍ଦ୍ର ଖୋଲିବା ନେଇ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ମତ ରଖିବାକୁ ଚିଠିରେ ଉଲ୍ଲେଖ ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍