ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ ମାମଲା । ଗିରଫଦାରୀ ବିରୋଧରେ ହେମନ୍ତ ସୋରେନଙ୍କ ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଏହାକୁ ଦୃଷ୍ଟିରେ ରଖି ଗତକାଲି ପିଏମଏଲଏ କୋର୍ଟ ଇଡିର ରିମାଣ୍ଡ ଆବେଦନ ଉପରେ ଶୁଣାଣି କରି ନଥିଲେ । ଆଜି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପିଏମଏଲଏ କୋର୍ଟ ରିମାଣ୍ଡ ଆବେଦନ ଉପରେ ଶୁଣାଣି କରିବେ । ହେମନ୍ତ ସୋରେନଙ୍କୁ ୧୦ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ଇଡି । ତେବେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ଏଥିସହ ତାଙ୍କୁ ଦିନକ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ଗତକାଲି ରାତିରେ ବିଚାର ବିଭାଗୀୟ ହାଜତରେ ରାତି କାଟିଥିଲେ ହେମନ୍ତ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ