ସାରା ରାଜ୍ୟରେ ଅସହ୍ୟ ଜାଡ଼ । ଶୀତରେ ଥରୁଛି କନ୍ଧମାଳ ଜିଲ୍ଲା । ଜି. ଉଦୟଗିରିରେ ଚଳିତ ବର୍ଷର ସର୍ବନିମ୍ନ ରାତି ତାପମାତ୍ରା ରେକର୍ଡ କରାଯାଇଛି । ଜି. ଉଦୟଗିରିରେ ୪ଡିଗ୍ରୀ, ଫୁଲବାଣୀରେ ୬.୫ ଡିଗ୍ରୀ ଓ ଦାରିଙ୍ଗବାଡିରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଟ୍ୱିନସିଟିର ବି ପାରଦ ଖସିବାରେ ଲାଗିଛି । କଟକରେ ୧୨.୩ ଡିଗ୍ରୀ ଓ ଭୁବନେଶ୍ୱରରେ ୧୩.୮ ଡିଗ୍ରୀ ରହିଛି ପାରଦ । ଥଣ୍ଡାରେ ଫୁଲବାଣୀ ସହର ଅଧିକ ପ୍ରଭାବିତ ହୋଇଛି । ଦାରିଙ୍ଗବାଡିଠାରୁ ଜି.ଉଦୟଗିରି ଓ ଫୁଲବାଣୀ ସହରରେ ଅଧିକ ଶୀତ ଅନୁଭୁତ ହେଉଛି । ସକାଳୁଆ ଥଣ୍ଡା ଏବଂ ଘନ କୁହୁଡି ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ସେହିଭଳି ମେଘମୁକ୍ତ ରହିଥିବାରୁ ଶୀତର ପ୍ରକୋପ ପୁଣି ବଢିଯାଇଛି । ସେହିପରି ଘନ କୁହୁଡି ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଲାଗିରହୁଛି । କୁହୁଡି ଯୋଗୁଁ ଲୋକଙ୍କୁ ଗାଡି ଚଳାଚଳରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି । ତେବେ ଜିଲ୍ଲାରେ ଥଣ୍ଡା ଏବଂ କୁହୁଡି ବଢିଯାଇଥିବାରୁ ଜନଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ ହୋଇପଡିଛି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା