ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଏହା ସହ ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ଓ ୧୩ ତାରିଖରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଥମ ଲଘୁଚାପ ପ୍ରଭାବରେ କାଲିଠୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପରେ ୧୩ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ