ଆଉ ଦିନକ ପରେ ରାଜ୍ୟରେ ବଦଳିବ ପାଗ । ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ଅଞ୍ଚଳରେ ଶୀତ ଅନୁଭୂତ ହେବ । ୧୭ ତାରିଖ ବେଳକୁ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ଥିବାରୁ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ୧୭ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ବର୍ଷା ହେବାର ସମ୍ଭାବନା ରହିଛି । ୧୮ ତାରିଖରେ ଅଧିକାଂଶ ସ୍ଥାନରେ ପାଗ କୋହଲା ରହିବା ସହ ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରାଯାଇଛି । ଆଜି ଘନ କୁହୁଡି ପାଇଁ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା