ଖରା ବର୍ଷାର ଲୁଚକାଳି ଭିତରେ ୨୩ରେ ଆସୁଛି ବଡ ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ । କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ । ୨୫ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ବର୍ଷା ସତ୍ବେ ବି ମୌସୁମୀ ସିଜିନରେ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ । ଦକ୍ଷିଣ-ଉପକୂଳରେ ସ୍ଥିତି ଉତ୍କଟ । ଓଡ଼ିଶା ଉପରେ ନାହିଁ କୌଣସି ପାଣିପାଗ ନିୟାମକ । ଫଳରେ ସାରା ରାଜ୍ୟରେ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ହେଉଛି ତ କେଉଁଠି ରାଜ କରୁଛି ଗରମ ଗୁଳୁଗୁଳି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଦଳିବ ବାୟୁ ଚଳାଚଳର ପ୍ରକ୍ରିୟା । ପ୍ରଭାବରେ ୨୩ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
“The eyes believe themselves, the ears believe other people.”
More Stories
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ