ରାଜ୍ୟରେ ଲଘୁଚାପର ପ୍ରଭାବ । ଏନେଇ ଆସନ୍ତା ୨୬କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ । ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତାପରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଏନେଇ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ସମସ୍ତ ପ୍ରସ୍ତୁତି କରାଯାଇଛି । ଜଳସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି । ଅନ୍ୟ ବିଭାଗ ସମସ୍ତେ ପ୍ରସ୍ତୁତ ହୋଇ ରହିବେ । ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ହୋଇ ରହିଛନ୍ତି । ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥା ହୋଇଛନ୍ତି ଏସଆରସି । ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିଛି। କୌଣସି ସ୍ଥାନରେ ଅସ୍ଵାଭାବିକ ପରିସ୍ଥିତି ସୃଷ୍ଟି ହୋଇନାହିଁ । ୭ରୁ ୮ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ଆବଶ୍ୟକତା ଅନୁସାରେ ସ୍ୱାଭାବିକ ବର୍ଷା ହୋଇଛି । ହୀରାକୁଦର ଗେଟ ଖୋଲିଲେ ଅସୁବିଧା ହେବନି ବୋଲି ଏସଆରସି ସତ୍ୟବ୍ରତ ସାହୁ କହିଛନ୍ତି ।
More Stories
ମଣ୍ଡିରୁ ଧାନଉଠା ବିଳମ୍ବରେ କାରଣ ଦର୍ଶାଅ ନୋଟିସ୍
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ