କଂଗ୍ରେସକୁ ଫେରିଲେ ମହମ୍ମଦ ମୋକିମ୍, ଚିରଞ୍ଜୀବ ବିଶ୍ୱାଳ ଓ କୃଷ୍ଣଚନ୍ଦ୍ର ସଗରିଆ । ତିନି ନେତାଙ୍କ ଉପରୁ ହଟିଲା ନିଲମ୍ବନ । ନିଲମ୍ବନ ପ୍ରତ୍ୟାହାର ନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର । ୧୫ ଜୁଲାଇ ୨୦୨୩ରେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା । ସୂଚନା ଭବନରେ ଆୟୋଜିତ ‘ଜାନକୀ ବସନ୍ତ ଯୋଡି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ’ ଶୀର୍ଷକ ଆଲୋଚନାରେ ଯୋଗଦେଇ ଉଭୟ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବାର ଅଭିଯୋଗ ହୋଇଥିଲା । ଏଥିପାଇଁ ଏଆଇସିସି ଶୃଙ୍ଖଳା କମିଟି ଉଭୟଙ୍କୁ ନିଲମ୍ବନ କରିଥିଲା । ସେହିପରି କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ୧୯ ଜାନୁଆରୀ ୨୦୧୯ରେ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବହିଷ୍କାର କରାଯାଇଥିଲା ।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍