ଆଜି ଲଘୁଚାପର ରୂପନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ସହ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ହେଉଥିବାରୁ ୨୨ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଛି । ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳହାଣ୍ଡି ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଓ ଉପକୂଳ-ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୧ରେ ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଭୂସ୍ଖଳନ ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା