ତୁର୍କୀ ଓ ସିରିଆରେ ପ୍ରକୃତିର ଭୟଙ୍କର ତାଣ୍ଡବ । ଏଥିରେ ମୃତ୍ୟୁ ସଂଖ୍ୟା ୪ ହଜାର ପାର କରିଛି । ୧୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୧୦ ହଜାର ପାର କରିବା ଆଶଙ୍କା କରାଯାଉଛି । ଭୂକମ୍ପ ଯୋଗୁଁ ସର୍ବାଧିକ ପ୍ରଭାବିତ ହୋଇଛି ତୁର୍କୀ । ସିରିଆ ସୀମାକୁ ଲାଗିଥିବା ଏହି ଦେଶରେ ୩ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା । ସେହିପରି ସିରିୟାରେ ମଧ୍ୟ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି । ତୁର୍କୀରେ ପ୍ରଥମ ଝଟକା ଯୋଗୁଁ ୧୦ଟି ସହର ପ୍ରଭାବିତ ହୋଇଥିଲା । ଏନେଇ ତୁର୍କୀରେ ସପ୍ତାହେ ବ୍ୟାପୀ ଜାତୀୟ ଶୋକ ଘୋଷଣା କରାଯାଇଛି । ଏହାସହ ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକ ଚାପି ହୋଇ ରହିଥିବାବେଳେ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ