ସାରା ଓଡ଼ିଶାକୁ ଛୁଇଁ ସାରିଛି ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଇପାରେ ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା