ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାପରେ ଜାରି ରହିଛି ବର୍ଷା । ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ଉପତ୍ୟକା ଉପରେ କେନ୍ଦ୍ରୀଭୂତ ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ୧୧୦ ମିଲିମିଟରରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ୨୪ ଘଣ୍ଟା ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେପଟେ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା